22 ଡିସେମ୍ବର 2020, ମଙ୍ଗଳବାର :- ଏହି ୫ଟି ରାଶି ଉପରେ ରହିବ ପ୍ରଭୁ ହନୁମାନ ଙ୍କ ଆଶୀର୍ବାଦ । ସମସ୍ତ ମନବାଞ୍ଛା….

ଆଜି ଇଂରାଜୀ ମାସ ଡିସେମ୍ବର ୨୨ ତାରିଖ ମଙ୍ଗଳବାର। ଆଜି କଣ କହୁଛି ଆପଣଙ୍କ ରାଶି। ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରା ଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହା ଯାଇଥାଏ ।ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ। ତେବେ ଆସନ୍ତୁ ଜାଣିବା କଣ ରହିଛି ଆଜିର ରାଶିଫଳ ରେ।

ମେଷ- ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ ଅଶାନ୍ତି ଅନୁଭବ କରିବେ।

ବୃଷ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ଧରଣ ର ରହିବ।ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ।

ମିଥୁନ- ଆପଣଙ୍କ ପାଇଁ ଆଜି ଦିନଟି ସୁଭଫଳ ପ୍ରଦାନ କରିବ।ପ୍ରତ୍ୟେକ ପରିସ୍ଥିତିରେ ଦୃଢ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସୁସ୍ୱାଦୁ ଭୋଜନ ମିଳିବ।

କର୍କଟ– ମାନସିକ ସ୍ତରରେ ସାମାନ୍ୟ ବିଚଳିତ ରହି ପାରନ୍ତି।ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।

ସିଂହ- ସାଧାରଣ କଥାକୁ ନେଇ କଳହ ସୃଷ୍ଟି ହେବ। ମହିଳାମାନେ ଯାହା ଭାବୁଛନ୍ତି, ତାହା ନିଶ୍ଚିତ ପାଇ ପାରିବେ। ନିଜକୁ ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ।

କନ୍ୟା- ଆଜି ଆପଣ ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ, ମାତ୍ର ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ତୁଳା- ଆଜି ଆପଣଙ୍କୁ ବିଭିନ୍ନ ପ୍ରକାରର ଅସୁବିଧା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ପଡ଼ିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ସଫଳତା ହାସଲ କରିବେ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅସ୍ଥିରତା ଅନୁଭଭ କରିପାରନ୍ତି।

ବିଛା- ଆର୍ଥିକ ସ୍ବଚ୍ଛଳତା କାରଣରୁ ମାନସିକ ସ୍ଥିରତା ଆସିବ। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି ନ ଚଳିଲେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବିଚଳିତ ହୁଅନ୍ତୁ ନାହିଁ।

ଧନୁ- ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇବ ଏବଂ ସାମୟିକ ମାନସିକ ଅସ୍ଥିରତା ସୃଷ୍ଟି ହେବାର ଆଶଙ୍କା ରହିଛି। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ମକର- ସଂଯମତା ନ ରଖିଲେ କଳହର ସମ୍ଭାବନା ରହିଛି। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେଲେ ମନୋବଳ ବୃଦ୍ଧି ପାଇବ। ଅନେକ ସଫଳତା ହାସଲ କରିବେ।

କୁମ୍ଭ- ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗିରହିବ।

ମୀନ- ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ।ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ପାଇଁ ଦିନଟି ଭଲ ରହିଛି।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ମତାମତ ବକ୍ସରେ ଆମକୁ ମତାମତ ଦେଇପାରିବେ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।